ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର

0

ଯାଜପୁର: ବାଣ ଭିଡ଼ିବାବେଳେ ଘଟିଛି ବଡ ଅଘଟଣ। ବିସ୍ଫୋରଣରେ ଉଡିଯାଇଛି ଘର ଛାତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ। ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ବୟସ୍କ ଥିବା ବେଳେ ଦୁଇଜଣ ନାବାଳକ ଥିବା ସୂଚନା ମିଳିଛି। ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଗତ ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ଦେଉଳି ବଡସାହିରେ ଏକ ଭୟଙ୍କର ବାଣ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ଦମ୍ପତ୍ତି ଗୁରୁତର ଆହତ ହୋଇଥିଲେ। ଦମ୍ପତ୍ତି ଘରେ ବାଣ ଭିଡୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ଅଶୋକଙ୍କ ଦୁଇ ବଖରା ଆଜବେଷ୍ଟସ୍‌ ଉଡ଼ି ଯାଇଥିଲା।

Leave A Reply

Your email address will not be published.