ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ

0

ବଲାଙ୍ଗୀର:ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ଗୁରୁବାର ବୟାନ ରେକର୍ଡ ଶେଷ ହୋଇଛି।

ତଦନ୍ତକାରୀ ସଂସ୍ଥାର ଦସ୍ତାବିଜ ଏବଂ ସାକ୍ଷୀଙ୍କ ତଥ୍ୟ ଆଧାରରେ ଏହି ବୟାନ ରେକର୍ଡ କରାଯାଇଥିଲା। ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଏଡିଜେ ୨୪୫ ପ୍ରଶ୍ନ ପଚାରିଥିବା ସୂଚନା ମିଳିଛି। ପୁଞ୍ଜିଲାଲ ଅଧିକାଂଶ ପ୍ରଶ୍ନର ଉତ୍ତରରେ ‘ନା’ କହିଥିବା ଜଣାପଡିଛି। ଏପରିକି ଆସନ୍ତା ୧୩ ତାରିଖରେ ପ୍ରତିପକ୍ଷଙ୍କ ବୟାନ ରେକର୍ଡ କରିବାକୁ ପୁଞ୍ଜିଲାଲ କୋର୍ଟରେ ଅପିଲ କରିଥିବା ଏକ ବଡ଼ ସୂଚନା ମିଳିଛି।

ଏହି ଘଟଣାରେ ପୂର୍ବରୁ ୬୩ ଜଣଙ୍କ ବୟାନ ରେକର୍ଡ ହୋଇସାରିଥିବା ବେଳେ ଆଜି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ଶେଷ ବୟାନ ରେକର୍ଡ ଶେଷ ହୋଇଛି। ମାମଲାର ସମସ୍ତ ବୟାନ ରେକର୍ଡ ପରେ ବିଚାପତି ଏହି ମାମଲାର ରାୟ ପ୍ରକାଶ କରିବେ। ଏହି ମାମଲାର ଖୁବ୍‌ ଶୀର୍ଘ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଗୁରୁବାର ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଥିଲା। ପରେ ବିଚାରପତିଙ୍କ ଆଗରେ ପୁଞ୍ଜିଲାଲଙ୍କୁ ହାଜର କରାଯାଇଥିଲା। ପରେ ସମସ୍ତ ପ୍ରଶ୍ନର ଉତ୍ତର ରଖିଥିଲେ ପୁଞ୍ଜିଲାଲ।

ସୂଚନାଯୋଗ୍ୟ, ୨୦୧୮ ଫେବ୍ରୁୟାରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ଆସିଥିବା ଏକ ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣା ସମଗ୍ର ଦେଶରେ ହଇଚଇ ସୃଷ୍ଟି କରିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା ।

Leave A Reply

Your email address will not be published.