ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଦୁର୍ଘଟଣା ରୋକିବାକୁ ‘ଶୂନ୍ୟ ସହନଶୀଳତା ଦିବସ’ ଘୋଷଣା କଲେ ରାଜ୍ୟ ସରକାର

0

ଭୁବନେଶ୍ବର: ଦୁର୍ଘଟଣା ରୋକିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ରବିବାର ଏବଂ ବୁଧବାରକୁ ସଡ଼କ ଦୁର୍ଘଟଣା ରୋକିବା ପାଇଁ ଶୂନ୍ୟ ସହନଶୀଳତା ଦିବସ ଭାବରେ ପାଳନ କରାଯିବ। ରବିବାର ଏବଂ ବୁଧବାରକୁ ସଡ଼କ ଦୁର୍ଘଟଣା ରୋକିବା ପାଇଁ ଶୂନ୍ୟ ସହନଶୀଳତା ଦିବସ ଭାବରେ ପାଳନ କରାଯିବ ବୋଲି ଘୋଷଣା କରିଛନ୍ତି। ବାଣିଜ୍ୟ ଏବଂ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସଡ଼କ ସୁରକ୍ଷା ପରିଷଦର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି। ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟରେ ଗାଡି ଚଳାଇବା ଏବଂ ସଚେତନତା ଅଭାବ ଯୋଗୁଁ ବାରମ୍ବାର ଦୁର୍ଘଟଣା ହେବା ସହ ଧନଜୀବନ ହାନି ଘଟୁଛି। ତେଣୁ ରାସ୍ତା ଦୁର୍ଘଟଣାର ସବୁ କାରଣକୁ ଖୋଜିବା ସହ ଏହାର ନିରାକରଣ ଏବଂ ସଚେତନତା ସୃଷ୍ଟି କରି ଦୁର୍ଘଟଣା ହାରକୁ କମ କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଏହି ୨ ଦିନରେ, ଟ୍ରାଫିକ୍ ନିୟମର କଡ଼ାକଡ଼ି କାର୍ଯ୍ୟକାରୀ କରାଯିବ ଏବଂ ଉଲ୍ଲଂଘନକାରୀଙ୍କୁ କୌଣସି ଛାଡ଼ ଦିଆଯିବ ନାହିଁ, ସୂତ୍ର ଅନୁସାରେ ନିୟମିତ ଯାନବାହାନ ଯାଞ୍ଚ ଏବଂ ଜରିମାନା ଆଦାୟକୁ ତୀବ୍ର କରାଯିବ।

ଏହି ବୈଠକରେ ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ ଦିଆଯାଇଛି। ନିୟମ ଭଙ୍ଗକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ ନେବା। ନିୟମିତ ଚେକିଂ ସହ ହେବ ଜରିମାନା ଆଦାୟ କରିବା ସହ ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ ପାଇଁ ନିଷ୍ପତ୍ତି ହୋଇଛି। ଏପରିକି ରାଜ୍ୟରେ ସଡ଼କ ଦୁର୍ଘଟଣାର ସ୍ଥିତି, ଦୁର୍ଘଟଣାର କାରଣ ଦୁର୍ଘଟଣା ପ୍ରବଣ ସ୍ଥାନ ଚିହ୍ନଟ, ଖରାପ ଥିବା ରାସ୍ତାର ମରାମତି, ମଦ୍ୟପାନ କରି ଗାଡି ଚାଳନାକୁ ରୋକିବା, ସିସି ଟିଭି ନେଟୱାର୍କ, ସହରାଞ୍ଚଳ ସମେତ ଗ୍ରାମାଞ୍ଚଳରେ ଦୁର୍ଘଟଣାକୁ କମ କରିବା ଦିଗରେ ନିଆଯିବାକୁ ଥିବା ପଦକ୍ଷେପ ବିଷୟରେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.