ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା

0

ଭୁବନେଶ୍ବର: ରାଜ୍ୟରେ ହଷ୍ଟେଲରେ ବଢୁଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ୨୦୨୪ ଜୁଲାଇରୁ ଆଦିବାସୀ ଆବାସିକ(ଏସଟି) ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୮ ମାସରେ ମୃତ୍ୟୁସଂଖ୍ୟା ୨୬କୁ ପହଞ୍ଚିଛି। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ କିଛି ଏପରି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ତଥା ଏସଟି ଏସସି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଓଡ଼ିଶା ବିଧାନସଭାରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଗୁରୁବାର ଗୃହରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଶ୍ନ କରିଥିଲେ। ବିଧାୟକ ସ୍ବାଇଁଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଥିଲେ। ଉତ୍ତରରେ ମନ୍ତ୍ରୀ କହିଥିଲେ, ରାଜ୍ୟରେ ୨୦୨୪ ଜୁଲାଇରୁ ଏସଟି ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ଘଟିଛି। ଏପରିକି ରାୟଗଡ଼ା ଜିଲାରେ ସର୍ବାଧିକ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ମନ୍ତ୍ରୀ କହିଛନ୍ତି। ରାୟଗଡ଼ା ଜିଲ୍ଲାରେ ସର୍ବାଧିକ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଛି । ବିଭିନ୍ନ ଜିଲ୍ଲାରେ ମୃତ୍ୟୁ ହୋଇଥିବା ୨୬ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୬ ଜଣ ଆତ୍ମହତ୍ୟା କରିଥିବା ବେଳେ ୨୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.