ଭୁବନେଶ୍ବର: ରାଜ୍ୟରେ ହଷ୍ଟେଲରେ ବଢୁଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ୨୦୨୪ ଜୁଲାଇରୁ ଆଦିବାସୀ ଆବାସିକ(ଏସଟି) ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୮ ମାସରେ ମୃତ୍ୟୁସଂଖ୍ୟା ୨୬କୁ ପହଞ୍ଚିଛି। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ କିଛି ଏପରି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ତଥା ଏସଟି ଏସସି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଓଡ଼ିଶା ବିଧାନସଭାରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଗୁରୁବାର ଗୃହରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଶ୍ନ କରିଥିଲେ। ବିଧାୟକ ସ୍ବାଇଁଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଥିଲେ। ଉତ୍ତରରେ ମନ୍ତ୍ରୀ କହିଥିଲେ, ରାଜ୍ୟରେ ୨୦୨୪ ଜୁଲାଇରୁ ଏସଟି ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ଘଟିଛି। ଏପରିକି ରାୟଗଡ଼ା ଜିଲାରେ ସର୍ବାଧିକ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ମନ୍ତ୍ରୀ କହିଛନ୍ତି। ରାୟଗଡ଼ା ଜିଲ୍ଲାରେ ସର୍ବାଧିକ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଛି । ବିଭିନ୍ନ ଜିଲ୍ଲାରେ ମୃତ୍ୟୁ ହୋଇଥିବା ୨୬ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୬ ଜଣ ଆତ୍ମହତ୍ୟା କରିଥିବା ବେଳେ ୨୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଛି।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ