ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

କୋଇଲା ଖଣିରେ ଛାତ ଭୁଶୁଡି ୩ ଶ୍ରମିକ ମୃତ

0

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ବୈତୁଲରେ ଥିବା କୋଇଲା ଖଣିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ୱେଷ୍ଟର୍ଣ୍ଣ କୋଲଫିଲ୍ଡସ୍ ଲିମିଟେଡର ଏକ ଖଣିରେ ସ୍ଲାବ୍ ଭୁଶୁଡ଼ି ପଡ଼ିବା ପରେ ଅନେକ ଶ୍ରମିକ ଫସି ଯାଇଥିଲେ। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି।

ଖଣି ମୁହାଣ ଭିତରେ ପ୍ରାୟ ୩.୫ କିଲୋମିଟର ଭିତରେ କଣ୍ଟୋର ଖଣି ସେକ୍ସନରେ ଶ୍ରମିକମାନେ କାମ କରୁଥିଲେ। ହଠାତ୍ ଛାତ ଭୁଶୁଡି ପଡିଥିଲା। ଦୁର୍ଘଟଣା ପରେ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଡବ୍ଲୁସିଏଲ୍ ଜିଏମ୍ , ତହସିଲଦାର ଏବଂ ପୁଲିସ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଯାଇଥିଲେ। ଉଦ୍ଧାରକାରୀ ଦଳ ଏବେ ପର୍ଯ୍ୟନ୍ତ ୩ ଜଣ ଶ୍ରମିକଙ୍କର ମୃତଦେହ ଉଦ୍ଧାର କରିଛନ୍ତି।

ତେବେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଲା , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନଥିବାବେଳେ ପୁଲିସ୍ ତଦନ୍ତ ଜାରି ରଖିଛି। ମୃତକଙ୍କ ମଧ୍ୟରେ ଦୁଇଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ବେଳେ ଅନ୍ୟ ଜଣେ ଛତିଶଗଡ଼ର କୱାର୍ଦ୍ଧାର ବାସିନ୍ଦା ବୋଲି ଜଣାପଡିଛି।

Leave A Reply

Your email address will not be published.