ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଆସିଲା ‘ସୁଭଦ୍ରା’ର ୨ୟ କିସ୍ତି ଟଙ୍କା

0

ଭୁବନେଶ୍ବର: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍‌ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିଛି।

ଗଞ୍ଜାମ ଜିଲାରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଇଚ ଟିପି ଏକକାଳୀନ ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏ ୫ ହଜାର କୋଟି ଟଙ୍କା ପ୍ରେରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ ଓ ବିଧାୟକ ଉପସ୍ଥିତ ଥିଲେ।

Leave A Reply

Your email address will not be published.