ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

0

ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ଛୁରିଚଖା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଘରୋଇ କଳିକୁ ନେଇ ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ସିରାନୁସ ଟେଟେ ହୋଇଥିବାବେଳେ ଅଭିଯୁକ୍ତ ପୁଅ ସୂରଜ ଟେଟେ ବୋଲି ଜଣାପଡ଼ିଛି।

ଏହି ଜଘନ୍ୟକାଣ୍ଡ ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଛୁରିଚଖା ଗାଁରେ। କୌଣସି କାରଣକୁ ନେଇ ସିରାନୁସ ଟେଟେ ଓ ତାଙ୍କ ପୁଅ ସୁରଜ ଟେଟେଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ପୁଅ ସୂରଜ ଟାଙ୍ଗିଆରେ ବାପାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ସିରାନୁସଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ କୁତ୍ରା ଥାନା ପୁଲିସ ଓ ସାଇଣ୍ଟିଫିକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ଘରୋଇକଳିରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ଜାଣିବାକୁ ପାଇଛି। କୁତ୍ରା ଥାନା ପୁଲିସ ସିରାନୁସଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଭିଯୁକ୍ତ ପୁଅକୁ ଅଟକ ରଖି ପୁଲିସର ପଚରା ଉଚୁରା ଜାରି ରଖିଛି।

Leave A Reply

Your email address will not be published.