ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

0

ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ଛୁରିଚଖା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଘରୋଇ କଳିକୁ ନେଇ ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ସିରାନୁସ ଟେଟେ ହୋଇଥିବାବେଳେ ଅଭିଯୁକ୍ତ ପୁଅ ସୂରଜ ଟେଟେ ବୋଲି ଜଣାପଡ଼ିଛି।

ଏହି ଜଘନ୍ୟକାଣ୍ଡ ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଛୁରିଚଖା ଗାଁରେ। କୌଣସି କାରଣକୁ ନେଇ ସିରାନୁସ ଟେଟେ ଓ ତାଙ୍କ ପୁଅ ସୁରଜ ଟେଟେଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ପୁଅ ସୂରଜ ଟାଙ୍ଗିଆରେ ବାପାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ସିରାନୁସଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ କୁତ୍ରା ଥାନା ପୁଲିସ ଓ ସାଇଣ୍ଟିଫିକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ଘରୋଇକଳିରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ଜାଣିବାକୁ ପାଇଛି। କୁତ୍ରା ଥାନା ପୁଲିସ ସିରାନୁସଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଭିଯୁକ୍ତ ପୁଅକୁ ଅଟକ ରଖି ପୁଲିସର ପଚରା ଉଚୁରା ଜାରି ରଖିଛି।

Leave A Reply

Your email address will not be published.