ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

0

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି। ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ। ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ଘଟିଛି।

ଅନନ୍ତ ଭୋଗରାଇ ର୍ନିବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ। ସେହିପରି ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ। ୨୦୧୪ରେ ନବୀନ ସରକାରରେ ଉଚ୍ଚଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।

ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ୧୯୪୦ ମସିହା ଅଗଷ୍ଟ ୨୮ ତାରିଖରେ ଅନନ୍ତ ଦାସ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତର କୁରୁଠିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ଭାବରେ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ୪ ଥର ବିଜେଡିରୁ ବିଧାୟକ ହୋଇଥିଲେ ଅନନ୍ତ। ପାଠ ପଢା ଶେଷ ହେବା ପରେ ସେ ଭଦ୍ରକରେ ଏଡିଏମ୍ ଭାବରେ କାର୍ଯ୍ୟ କରି ଅବସର ଗ୍ରହଣ କରିବା ପରେ ରାଜନୀତିରେ ପ୍ରବେଶ କରିଥିଲେ।

Leave A Reply

Your email address will not be published.