ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

0

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି। ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ। ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ଘଟିଛି।

ଅନନ୍ତ ଭୋଗରାଇ ର୍ନିବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ। ସେହିପରି ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ। ୨୦୧୪ରେ ନବୀନ ସରକାରରେ ଉଚ୍ଚଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।

ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ୧୯୪୦ ମସିହା ଅଗଷ୍ଟ ୨୮ ତାରିଖରେ ଅନନ୍ତ ଦାସ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତର କୁରୁଠିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ଭାବରେ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ୪ ଥର ବିଜେଡିରୁ ବିଧାୟକ ହୋଇଥିଲେ ଅନନ୍ତ। ପାଠ ପଢା ଶେଷ ହେବା ପରେ ସେ ଭଦ୍ରକରେ ଏଡିଏମ୍ ଭାବରେ କାର୍ଯ୍ୟ କରି ଅବସର ଗ୍ରହଣ କରିବା ପରେ ରାଜନୀତିରେ ପ୍ରବେଶ କରିଥିଲେ।

Leave A Reply

Your email address will not be published.