ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ

0

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ ଯନ୍ତ୍ରଣା ହୋଇଥିଲା। ଏବେ ସେ କ୍ରିଟିକାଲ କେୟାର ୟୁନିଟରେ ଥିବାବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ୭୩ ବର୍ଷୀୟ ଉପରାଷ୍ଟ୍ରପତିଙ୍କୁ ରବିବାର ସକାଳେ ଏମ୍ସରେ ହାର୍ଟରୋଗ ବିଭାଗରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଅଛି ଏବଂ ତାଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ଏମ୍ସର ହାର୍ଟରୋଗ ବିଭାଗର ମୁଖ୍ୟ ଡାକ୍ତର ରାଜୀବ ନାରଙ୍ଗଙ୍କ ତତ୍ତ୍ୱାବଧାନରେ ଉପରାଷ୍ଟ୍ରପତିଙ୍କ ଚିକିତ୍ସା କରାଯାଉଛି। ତାଙ୍କୁ କ୍ରିଟିକାଲ କେୟାର ୟୁନିଟ୍‌ (ସିସିୟୁ)ରେ ରଖାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିଲ୍ଲୀ ଏମ୍ସରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।

Leave A Reply

Your email address will not be published.