ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ

0

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ ଯନ୍ତ୍ରଣା ହୋଇଥିଲା। ଏବେ ସେ କ୍ରିଟିକାଲ କେୟାର ୟୁନିଟରେ ଥିବାବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ୭୩ ବର୍ଷୀୟ ଉପରାଷ୍ଟ୍ରପତିଙ୍କୁ ରବିବାର ସକାଳେ ଏମ୍ସରେ ହାର୍ଟରୋଗ ବିଭାଗରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଅଛି ଏବଂ ତାଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ଏମ୍ସର ହାର୍ଟରୋଗ ବିଭାଗର ମୁଖ୍ୟ ଡାକ୍ତର ରାଜୀବ ନାରଙ୍ଗଙ୍କ ତତ୍ତ୍ୱାବଧାନରେ ଉପରାଷ୍ଟ୍ରପତିଙ୍କ ଚିକିତ୍ସା କରାଯାଉଛି। ତାଙ୍କୁ କ୍ରିଟିକାଲ କେୟାର ୟୁନିଟ୍‌ (ସିସିୟୁ)ରେ ରଖାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିଲ୍ଲୀ ଏମ୍ସରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।

Leave A Reply

Your email address will not be published.