ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରାଜ୍ୟରେ ବଢୁଛି ନକଲି ଔଷଧ କାରବାର

0

ଭୁବନେଶ୍ବର: ଆଜି ବିଧାନସଭାରେ ଓଡ଼ିଶାର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହା ବିବୃତ୍ତିରେ କହିଛନ୍ତି ଯେ, ରାଜ୍ୟରେ ନକଲି ଔଷଧ କାରବାର ବୃଦ୍ଧି ପାଇଛି। ଯାହା ଅନେକ ରୋଗୀଙ୍କ ଜୀବନକୁ ବିପଦରେ ପକାଇଛି। ଗତ ୩ ବର୍ଷ ଭିତରେ ୪ ସଂସ୍ଥାକୁ ତାଲିକାଭୁକ୍ତ କରିଛନ୍ତି ସରକାର।

ଭାଜପାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଜୋଶୀଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ, ବିଜେପି ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଜୋଶୀଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟ ମେଡିକାଲ କର୍ପୋରେସନ ଦ୍ୱାରା କିଣାଯାଇଥିବା ୧୦୩ ଟି ଔଷଧ ନିମ୍ନମାନର ବୋଲି ଜଣାପଡ଼ିଛି। ଗତ ୩ ବର୍ଷ ମଧ୍ୟରେ ୪ଟି ଯୋଗାଣକାରୀଙ୍କୁ କଳା ତାଲିକାଭୁକ୍ତ କରାଯାଇଛି। ଯେଉଁଥିରେ ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, କୋଲକାତା ଏବଂ ହାଇଦ୍ରାବାଦ ଭଳି ଅନ୍ୟ ସ୍ଥାନରୁ ନକଲି ଔଷଧ ଯୋଗାଣ କରାଯାଇଥିଲା।

୨୦୨୨-୨୩ ଆର୍ଥିକ ବର୍ଷରେ ଜିଙ୍କ ସଲଫେଟ୍, ସୋଡିୟମ୍ ଲାକ୍ଟେଟ୍ ସମେତ ମୋଟ ୪୫ଟି ଟାବଲେଟ୍ ଏବଂ ରିଙ୍ଗର୍ସ ଲାକ୍ଟେଟ୍ ନିମ୍ନମାନର ଘୋଷଣା କରାଯାଇଥିଲା। ୨୦୨୩-୨୪ ଆର୍ଥିକ ବର୍ଷରେ ୩୨ଟି ଔଷଧ ନକଲି ବୋଲି ଚିହ୍ନଟ ହୋଇଥିବା ବେଳେ ୨୦୨୪-୨୫ ଆର୍ଥିକ ବର୍ଷରେ ୨୬ଟି ନକଲି ଔଷଧ ଚିହ୍ନଟ ହୋଇଛି। ଏପର୍ଯ୍ୟନ୍ତ ଏଥିରେ ୪ଟି ଯୋଗାଣକାରୀ ସଂସ୍ଥାକୁ କଲା ତାଲିକାଭୁକ୍ତ କରାଯାଉଥିବା ବେଳେ ତାହା ମଧ୍ୟରେ କୋଲକାତାର ଏଲଏ କେମିକୋ ପ୍ରାଇଭେଟ୍ ଲିମିଟେଡ୍, ଉତ୍ତର ପ୍ରଦେଶର ସ୍ୱରୂପ ଫାର୍ମାସ୍ୟୁଟିକାଲ ପ୍ରାଇଭେଟ ଲିମିଟେଡ, ମଧ୍ୟପ୍ରଦେଶର ଆଇଭସ୍ ଡ୍ରଗ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ, ଏବଂ ଆଲାଏନ୍ସ ବାୟୋଟେକ, ହାଇଦ୍ରାବାଦ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ।

Leave A Reply

Your email address will not be published.