ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବିଜେଡି ନେତା ରାଜା ଚକ୍ରଙ୍କ ୩ ଠିକଣାରେ ପୁଣି ରେଡ୍‌

0

କେନ୍ଦୁଝର: ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ ଜାରି ରହିଛି। କ୍ରାଇମବ୍ରାଞ୍ଚ, ଇଓଡବ୍ଲୁ ଏବଂ ଏସଟିଏଫ୍ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଉଛି। ବଣାଇ, ଗୋପାଳପୁର ବନ୍ଦର ଏବଂ କେନ୍ଦୁଝର ଟାଉନରେ ରେଡ୍ ଚାଲିଛି। ଅନ୍ତରୀଣ ସୁରକ୍ଷାରେ ଥିବା ରାଜା ଚକ୍ରଙ୍କର ଆଜି ହାଇକୋର୍ଟରେ ଶୁଣାଣି ରହିଛି।

ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ଘଟଣାରେ ବିଜେଡି ନେତା ରାଜା ଚକ୍ର କ୍ରାଇମବ୍ରାଞ୍ଚ ସ୍କାନରେ ପଡିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜା ଚକ୍ରଙ୍କ ୩ଟି ଠିକଣାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଏବଂ ଏସ୍‌ଟିଏଫ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି।

ସୂଚନା ଯୋଗ୍ୟ, ଏହି ମାମଲାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଏବଂ ଏସ୍‌ଟିଏଫ୍‌ ଗତ ମଙ୍ଗଳବାର କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ଚଢ଼ାଉ କରିଥିଲା। ଏପରିକି ରାଜ୍ୟର ସମସ୍ତ ମାଇନ୍ସ କରିଡର ଚେକ ପଏଣ୍ଟରେ ରେଡ୍‌ କରାଯାଇଥିଲା। ସେତିକିବେଳେ ଅଧିକାରୀମାନେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରିଛନ୍ତି। କେନ୍ଦୁଝର ସମେତ ସୁନ୍ଦରଗଡ଼଼, ସମ୍ବଲପୁର, ଗଞ୍ଜାମ ଓ ବ୍ରହ୍ମପୁରର ବିଭିନ୍ନ ଖଣି କାରବାର ସମ୍ପର୍କିିତ କାର୍ଯ୍ୟାଳୟରେ ତଦନ୍ତକାରୀ ସଂସ୍ଥା ଚଢ଼ଉ କରିଥିଲା। କେନ୍ଦୁଝରରେ ତାଙ୍କ ପରିବାର ଲୋକଙ୍କୁ ତଦନ୍ତକାରୀ ଦଳ ପଚରାଉଚରା କରିଥିଲା। ଏବଂ ସେଠାରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର, ପରିବହନରେ ବ୍ୟବହୃତ ୧୭ଟି ବଡ଼ ଗାଡ଼ି, ଦାମୀ କାର୍‌ ଜବତ କରିଥିଲା। ତାଙ୍କ ଆକାଉଣ୍ଟରୁ ଏକାଧିକ ରାଜନେତାଙ୍କ ପାଖକୁ କୋଟି କୋଟି ଟଙ୍କାର ଟ୍ରାଞ୍ଜାକ୍ସନ ହୋଇଥିବା ଜଣାପଡ଼ିଛି।

Leave A Reply

Your email address will not be published.