ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଗୃହରେ ହାତାହାତି ହେଲେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି

0

ଭୁବନେଶ୍ବର: ଆଜି ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହାତାହାତି ହୋଇଗଲେ ଦୁଇ ବିଧାୟକ ଜୟନାରାୟଣ ଓ ତାରା ବାହିନୀପତି। ପ୍ରଥମେ ଜୟନାରାୟଣ ମୋ କଲର୍‌ ଧରିଲେ ବୋଲି ତାରା କହିଛନ୍ତି। ଶେଷରେ ଗୃହକୁ ମୁତଲବତୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ।
ଆଜି ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ବିଧାୟକମାନେ ଗୃହ ବାହାରେ ଧାରଣା ଦେଇଥିଲେ। ଏହାପରେ ଗୃହ ମଧ୍ୟଭାଗକୁ ଆସି ନାରୀ ନିର୍ଯାତନା ପ୍ରସଙ୍ଗରେ ହଙ୍ଗାମା କରିଥିଲେ। ଏପଟେ ବିଜେଡି ସଦସ୍ୟମାନେ ମଧ୍ୟ ଗୃହର ମଧ୍ୟଭାଗକୁ ଆସି ଜୟନାରାୟଣ ପ୍ରସଙ୍ଗ ଉଠାଇ ପ୍ରତିବାଦ କରିଥିଲେ।

କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।

ଏହାପରେ କଂଗ୍ରେସ ବିଧାୟକମାନେ ବିଧାନସଭା ପରିସରରେ ଗାନ୍ଧି ମୂର୍ତ୍ତି ତଳେ ବସି ଧାରଣା ଦେଇଛନ୍ତି। ତାରା କହିଛନ୍ତି, ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଉତ୍ତ୍ୟକ୍ତ ହୋଇ ଆସି ପ୍ରଥମେ ତାଙ୍କ କଲର୍ ଧରିଥିଲେ। ବିଜେପି ସଦସ୍ୟ ଆଗେ ଠେଲାପେଲା ଆରମ୍ଭ କରିଥିଲେ। ବିଜେପି ସରକାର ଗଣତନ୍ତ୍ରକୁ ଅସମ୍ମାନ କରିଛି। ସେହିପରି ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି, ”ଓଡ଼ିଶା ଇତିହାସରେ ଏମିତି କେବେ ହୋଇନଥିଲା। ଶାସକ ଦଳ ଜୋର ଜବରଦସ୍ତ ବିଧାନସଭା ଗୃହ ଚଳାଇଛନ୍ତି।

Leave A Reply

Your email address will not be published.