ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୭ ଦିନ ପାଇଁ ସସପେଣ୍ଡ ତାରା ବାହିନୀପତି

0

ଭୁବନେଶ୍ବର: ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି।

ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ ଆରମ୍ଭ ହୋଇଥିଲା ତୁମ୍ବି ତୋଫାନ। ବିରୋଧୀ ଓ ଶାସକ ମଧ୍ୟରେ ଠେଲାପେଲା ଦୃଶ୍ୟ ଦେଖିବାକୁ ମିଳିଥିଲା। ଏପରିକି ବିରୋଧୀ ଓ ଶାସକ ବିଧାୟକଙ୍କ ହାତାହାତି ଦୃଶ୍ୟ ମଧ୍ୟ ଆଜି ଦେଖିବାକୁ ମିଳିଥିଲା। ଗୃହରେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ବିରୋଧ କରିଥିଲା ଶାସକ ବିଜେପି। ପ୍ରଶ୍ନକାଳ ସମୟରେ କଂଗ୍ରେସର ବରିଷ୍ଠ ବିଧାୟକ ତାରା ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ।

ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ ବୋଲି କହିଥିଲେ । ବିଧାନସଭାରେ କାଲି ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଥିଲେ ତାରା। ଆଉ ଆଜି ବି ଗୃହରେ ହଙ୍ଗାମା କରିଥିଲେ। ଏନେଇ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

Leave A Reply

Your email address will not be published.