ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

କାରରେ ଲାଗିଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ

0

ପାରାଦୀପ: ପାରାଦୀପ ଲକ୍ ଥାନା ନିକଟରେ ଅଘଟଣ। କାର୍‌ ସହ ଜଳିଗଲେ ଡ୍ରାଇଭର। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ କାର୍ ଭିତରେ ଥିବା ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ହେଲେ ମୃତ କାର୍‌ ଡ୍ରାଇଭରର ପରିଚୟ ମିଳିନାହିଁ।

ଆଜି ସକାଳେ କାର୍‌ଟି ପାରାଦୀପ ସହର ଉପକଣ୍ଠ ହାତୀଟାଙ୍କି ନିକଟରେ ହୁତୁହୁତୁ ଜଳୁଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳେ ସବୁ ଜଳିପୋଡ଼ି ପାଉଁଶ ହୋଇଯାଇଥିଲା କାର୍‌ ଭିତରେ ଥିବା ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।

ଘଟଣାସ୍ଥଳରେ ଲକ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କାରଟି ହୋଣ୍ଡା i20 ବୋଲି ଜଣାପଡିଛି। କାରଟି କାହାର ଏବଂ କାରରେ ଥିବା ବ୍ୟକ୍ତି କିଏ ଓ ତାଙ୍କ ଘର କେଉଁଠି, ସେ କୁଆଡେ ଯାଉଥିଲେ, କିପରି କାର୍‌ରେ ନିଆଁ ଲାଗିଲା ତାକୁ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.