ପ୍ରମୁଖ ଖବର

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ
ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲା ପୋଲିସ ଟିମ୍
ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି
ଗିରଫ ହେଲେ କୋଟିପତି ଡିଏଫଓ ନିତ୍ୟାନନ୍ଦ ନାୟକ

ବିଧାନସଭାରେ ହଟିଲା ମୋବାଇଲ କଟକଣା

0

ଭୁବନେଶ୍ବର: ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା ମୋବାଇଲ କଟକଣା ଇତିମଧ୍ୟରେ ହଟାଇ ଦିଆଯାଇଛି। ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ସରକାର ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ମୋବାଇଲ କଟକଣା ହଟିଥିବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି। କଟକଣା ଉଠିଥିଲେ ମଧ୍ୟ ମିଡିଆ ଗ୍ୟାଲେରୀରେ ଫଟୋଗ୍ରାଫି ଓ ଭିଡିଓ ରେକର୍ଡିଂ ମନା ହୋଇଛି।

ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଥିଲେ। କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଥିଲା।ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଥିଲେ। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ କରାଯାଇଛି।

ଗୃହରେ ଗତକାଲି ଘଟିଥିବା ଘଟଣାକୁ ସର୍ବସାଧାରଣରେ ପ୍ରକାଶ କରାଯାଇଥିବାରୁ ସାମ୍ବାଦିକମାନଙ୍କୁ ବିଧାନସଭା ପ୍ରେସ ଗ୍ୟାଲେରିରେ ମୋବାଇଲ ବ୍ୟବହାର ନେଇ ସରକାରଙ୍କ ପକ୍ଷରୁ ମୋବାଇଲ ବ୍ୟବହାର ପାଇଁ କଟକଣା ଲାଗୁ କରାଯାଇଥିଲା। ଏହାର ପ୍ରତିବାଦରେ ସାମ୍ବାଦିକମାନେ ବିଧାନସଭା ପରିସରରେ ଥିବା ଗାନ୍ଧୀମୂର୍ତ୍ତି ତଳେ ଧାରଣା ଦେଇଥିଲେ । ଅପରପକ୍ଷରେ ସାମ୍ବାଦିକଙ୍କ ଉପରେ ଲାଗୁ କରାଯାଇଥିବା କଟକଣାକୁ ହଟାଇବା ପାଇଁ ବାଚସ୍ପତିଙ୍କ ନିକଟରେ ଓଡ଼ିଶା ସାମ୍ବାଦିକ ସଂଘ ଦାବି କରିଥିଲା। ଗତକାଲି ଗୃହରେ ଘଟିଥିବା ଅଭାବନନୀୟ ଘଟଣା ପାଇଁ ପ୍ରେସ ଗ୍ୟାଲେରିରେ ସାମ୍ବାଦିକମାନଙ୍କ ମୋବାଇଲ ବ୍ୟବହାରକୁ ବାରଣ କରାଯାଇଛି।

Leave A Reply

Your email address will not be published.