ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

0

ନୟାଗଡ଼: ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲାପାଳ ଓ ଏସ୍‌ପି ସ୍ଥିତି ସମୀକ୍ଷା କରିଛନ୍ତି।

ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ। ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ୱାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି।

Leave A Reply

Your email address will not be published.