ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି: ମନ୍ତ୍ରୀ

0

ଭୁବନେଶ୍ବର: ରାଜ୍ୟରେ ଆହୁରି ଅଣ୍ଡାର ଆବଶ୍ୟକତା ଅଛି। ରାଜ୍ୟରେ ପ୍ରତିଦିନ କୋଟିଏ ୧୦ ହଜାର ଅଣ୍ଡା ଉତ୍ପାଦନ ହେଉଛି। ହେଲେ ଦୈନିକ ଆହୁରି ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏହି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ସେ କହିଛନ୍ତି ଯେ ବିଭିନ୍ନ ଯୋଜନା ମାଧ୍ୟମରେ ରାଜ୍ୟରେ ଅଣ୍ଡା ଉତ୍ପାଦନ କରିବା ପାଇଁ ସରକାର ଯୋଜନା କରୁଛନ୍ତି। ଯାହା ଦ୍ବାରା ଆବଶ୍ୟକ ଥିବା ଅଣ୍ଡାର ଅଭାବ ପୂରଣ ହୋଇପାରିବ।

ସେହିପରି ରାଜ୍ୟରେ ଏବେ ୧୧.୨୩ ଲକ୍ଷ ମେଟ୍ରିକ ଟନ ମାଛ ଉତ୍ପାଦନ ହେଉଛି। ବାହାର ରାଜ୍ୟରୁ ମାତ୍ର ୩୩ ହଜାର ୪୨୪ ମେଟ୍ରିକ ଟନ୍ ମାଛ ଆମଦାନୀ କରାଯାଉଛି। ୨.୯୮ ଲକ୍ଷ ମେଟ୍ରିକ ଟନ ମାଛ ବାହାରକୁ ପଠାଯାଉଛି। ମଧୁର ମାଛ ପାଇଁ ଓଡିଶା ବାହାର ରାଜ୍ୟ ଉପରେ ନିର୍ଭର କରୁଥିବାବେଳେ, ଆଗାମୀ ଦିନରେ ମଧୁର ମାଛ ଉତ୍ପାଦନ ବଢିବା ନେଇ ସରକାର ଅନେକ ଯୋଜନା କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି ସରକାର ଧରିବେ ବାଳିଆ ମାଛ। ବଡ଼ ବାଳିଆକୁ ଧରିବା ପାଇଁ ସରକାର ଚିନ୍ତା କରୁଛନ୍ତି। ପୋଖରୀରେ ବାଳିଆ ମାଛ ଜାଆଁଳ ଖାଇ ଦେଉଛନ୍ତି। ବାଳିଆ ଧରା ହେବା ପରେ ରୋହି ଭାକୁର ଜାଆଁଳ ଛଡାଯିବ। ପୂର୍ବ ସରକାରଙ୍କୁ ଟାର୍ଗେଟ୍ କରି ମନ୍ତ୍ରୀ କହିଛନ୍ତି ଯେ, ଗତ ସରକାର ସମୟରେ ଜାଆଁଳ ଛଡା ଯାଇଥିଲା, ରାତିରେ ଛଡା ଯାଇଥିଲା। କେବଳ ଖାତା କଲମରେ ଜାଆଁଳ ଛଡା ଯାଉଥିଲା। ମନ୍ତ୍ରୀ କହିଛନ୍ତି ଯେ ଗତ ସରକାର ସମୟରେ କେବଳ ବାଳିଆ ମାଛ ଜାଆଁଳ ଛାଡିଥିଲେ, ସରକାର ବଡ଼ ବାଳିଆକୁ ଧରିବାକୁ ପଦକ୍ଷେପ ନେଉଛନ୍ତି। ଯାହା ଦ୍ବାରା ବାଳିଆ ଧରା ହେବା ପରେ ରୋହି ଭାକୁର ଜାଆଁଳ ଛଡାଯିବ। ନଚେତ୍ ପୋଖରୀରେ ବାଳିଆ ମାଛ ଜାଆଁଳ ଖାଇ ଦେଉଛନ୍ତି।

Leave A Reply

Your email address will not be published.