ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

୧୦ ଫୁଟ ତଳକୁ ଖସିଲା ବସ୍ ଜଣେ ମୃତ, ୩୦ ଆହତ

0

ସୁନ୍ଦରଗଡ଼: ରାସ୍ତାରୁ ତଳକୁ ଖସିଲା ବସ। ରାସ୍ତାରୁ ୧୦ ଫୁଟ ତଳକୁ ଖସି ପଡିଛି ଯାତ୍ରୀବାହୀ ବସ। ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବସଟି ଦ୍ରୁତ ଗତିରେ ଆସି ଏକ ବାଇକକୁ ଧକ୍କା ଦେଇଥିଲା। ଏହା ପରେ ବସଟି ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା। ଏହି ବସଟି ଘରୋଇ ଯାତ୍ରୀବାହୀ ବସ। ବସଟି କିଞ୍ଜିରକେଲାରୁ ସୁନ୍ଦରଗଡ଼ ଆସୁଥିଲା। ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଗୁରୁବାର ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କିଛି ଯାତ୍ରୀ ଚାପି ହୋଇ ରହିଥିବା ବେଳେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Leave A Reply

Your email address will not be published.