ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

୧୦ ଫୁଟ ତଳକୁ ଖସିଲା ବସ୍ ଜଣେ ମୃତ, ୩୦ ଆହତ

0

ସୁନ୍ଦରଗଡ଼: ରାସ୍ତାରୁ ତଳକୁ ଖସିଲା ବସ। ରାସ୍ତାରୁ ୧୦ ଫୁଟ ତଳକୁ ଖସି ପଡିଛି ଯାତ୍ରୀବାହୀ ବସ। ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବସଟି ଦ୍ରୁତ ଗତିରେ ଆସି ଏକ ବାଇକକୁ ଧକ୍କା ଦେଇଥିଲା। ଏହା ପରେ ବସଟି ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା। ଏହି ବସଟି ଘରୋଇ ଯାତ୍ରୀବାହୀ ବସ। ବସଟି କିଞ୍ଜିରକେଲାରୁ ସୁନ୍ଦରଗଡ଼ ଆସୁଥିଲା। ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଗୁରୁବାର ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କିଛି ଯାତ୍ରୀ ଚାପି ହୋଇ ରହିଥିବା ବେଳେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Leave A Reply

Your email address will not be published.