ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଅନଲାଇନ ଗେମ ଖେଳି ଜୀବନ ହାରିଲେ ଛାତ୍ରୀ

0

ରାୟଗଡ଼ା: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ମୃତ ଛାତ୍ରୀ ଜଣକ ହେଲେ ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଗଣପତୀଗୁଡାର ସାଇନା ସାହୁ। ଛାତ୍ରୀ ଜଣକ ବାଥରୁମରେ ବେକରେ ଚୁନି ଦେଇ ଆତ୍ମହତ୍ୟା କରିଛନ୍ତି। ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ ସହ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଶବକୁ ପୋଲିସ ଜବତ କରିବା ସହ ପୋଷ୍ଟମଟମ ପାଇଁ ଗୁଣୁପୁର ଉପଖଣ୍ଡସ୍ତରିୟ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ମୃତ ଛାତ୍ରୀ ଜଣକ ଚଳିତ ବର୍ଷ ଦଶମ ପରୀକ୍ଷା ଦେଇଥିଲେ। କିଛି ଦିନ ହେବ ଅନଲାଇନ ଗେମ୍ ଖେଳୁଥିଲେ ଛାତ୍ରୀ। ପରିବାର ଲୋକଙ୍କ ତାଗିତ ପରେ ବି ଛାତ୍ରୀ ନମାନି ଗେମ ଖେଳୁଥିଲେ। ଖେଳରେ ୪ ଲକ୍ଷ ଟଙ୍କା ଜିତିବା ପରେ ମଧ୍ୟ ତାଙ୍କୁ ଟଙ୍କା ମିଳିନଥିଲା। ଛାତ୍ରୀ ଜଣକ ଅନଲାଇନ ଗେମ୍ ଖେଳିବା ସଂସ୍ଥା ସହ ଖେଳୁଥିଲେ। ଏହି ବିଷୟ ଛାତ୍ରୀଙ୍କ ଜେଜେମା ଓ ସମ୍ପର୍କୀୟ ତାଙ୍କୁ ବାରମ୍ବାର ତାଗିତ କରିଥିଲେ। ଶେଷରେ ବାଥରୁମରେ ମୋବାଇଲ ଦ୍ବାରା ଗୀତ ଲଗାଇ ବେକରେ ଓଢ଼ଣୀ ଦେଇ ଆତ୍ମହତ୍ୟା କରିଛନ୍ତି। ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ଜାଣି ତାଙ୍କ ସମ୍ପର୍କୀୟ ରାମନାଗୁଡ଼ା ଥାନାରେ ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.