ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍‌ : ଉଚ୍ଚଶିକ୍ଷା ମନ୍ତ୍ରୀ

0

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍‌ ପାଠ୍ୟକ୍ରମ। ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ। ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମଓୟୁ ସ୍ବାକ୍ଷରିତ କରାଯାଇଛି। ଏଥିସହ ଆସିବ ନୂଆ କୋର୍ସ ITEP। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ଆସିବ ୪ ବର୍ଷର ନୂଆ ଇଣ୍ଟିଗ୍ରେଟେଡ୍ ଟିଚର ଏଜୁକେସନ ପ୍ରୋଗ୍ରାମ ବା ITEP କୋର୍ସ। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି। ITEP ସେ ଭିତରୁ ଅନ୍ୟତମ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ଏଣିକି ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।

Leave A Reply

Your email address will not be published.