ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍‌ : ଉଚ୍ଚଶିକ୍ଷା ମନ୍ତ୍ରୀ

0

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍‌ ପାଠ୍ୟକ୍ରମ। ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ। ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମଓୟୁ ସ୍ବାକ୍ଷରିତ କରାଯାଇଛି। ଏଥିସହ ଆସିବ ନୂଆ କୋର୍ସ ITEP। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ଆସିବ ୪ ବର୍ଷର ନୂଆ ଇଣ୍ଟିଗ୍ରେଟେଡ୍ ଟିଚର ଏଜୁକେସନ ପ୍ରୋଗ୍ରାମ ବା ITEP କୋର୍ସ। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି। ITEP ସେ ଭିତରୁ ଅନ୍ୟତମ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ଏଣିକି ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।

Leave A Reply

Your email address will not be published.