ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ହୋଲିରେ ରାଜଧାନୀରେ ୨ ଜଣଙ୍କୁ ହତ୍ୟା

0

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି। ହତ୍ୟା କାଣ୍ଡର କାରଣ ଜଣାପଡିନଥିବା ବେଳେ ଉଭୟ ସ୍ଥାନରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଗୋଟେ ପଟେ ହୋଲି ସେଲିବ୍ରେସନ ଚାଲିଥିବା ବେଳେ ସେପଟେ ରାଜଧାନୀ ଭୁବନେଶ୍ଵରରେ ଗଡିଛି ଦୁଇ ଦୁଇଟି ମୁଣ୍ଡ। ମଞ୍ଚେଶ୍ଵର ସମେଇଗାଡିଆରେ ଜଣେ ଯୁବକଙ୍କୁ ଛୁରା ମାଡ କରାଯାଇଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକ ଜଣଙ୍କ ହେଉଛନ୍ତି ସମେଇଗାଡିଆର ଆୟୁଷ୍ମାନ ପତି। ତେବେ କେଉଁ କାରଣରୁ ଛୁରା ମାଡ ହେଲା ସେନେଇ କୌଣସି ସୂଚନା ମିଳିନଥିବା ବେଳେ ଘଟଣା ସ୍ଥଳରେ ମଞ୍ଚେଶ୍ୱର୍ ଆଇଆଇସି ଏବଂ ଜୋନ୫ ଏସିପି ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି।

ସେପଟେ ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଛି। ମଦ ନିଶାରେ ଏକାଧିକ ଲୋକ ଆକ୍ରମଣ କରିଥିବା ଜଣାପଡିଛି। ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ଗୁପି ଗୁଣି। ସହିଦନଗର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.