ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରି ହୋଲି ଖେଳିଲେ ହେମା ମାଳିନୀ

0

ପୁରୀ: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ଶନିବାର ହୋଲି ଅବସରରେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ମହାବାହୁଙ୍କୁ ଦର୍ଶନ କରିବା ସହ ଶ୍ରୀକ୍ଷେତ୍ରରେ ହୋଲି ଖେଳିଛନ୍ତି ଅଭିନେତ୍ରୀ। ପ୍ରଥମେ ହେମା ମାଳିନୀ ସକାଳୁ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ସେବାୟତ ମାନେ ହେମା ମାଳିନୀଙ୍କୁ ଶ୍ରୀମନ୍ଦିର ସିଂହ ଦ୍ୱାର ନିକଟରେ ସ୍ବାଗତ କରି ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ ଶ୍ରୀ ମନ୍ଦିର ବେଢ଼ା ପରିକ୍ରମା କରିବା ସହ ବିଭିନ୍ନ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରିଥିଲେ।
ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ପୁରୀରେ ହୋଲି ପାଳନ କରି ନିଜକୁ ଧନ୍ୟ ମନେ କରୁଛି। ସୁବ୍ୟବସ୍ଥା ପାଇଁ ମୁଁ ଓଡ଼ିଶା ସରକାର, ଜନସାଧାରଣ, ରତିକାନ୍ତ ମହାପାତ୍ରଙ୍କୁ ଧନ୍ୟବାଦ ଜଣାଉଛି। ଆଜି ଭଳି ଏକ ପବିତ୍ର ଦିବସ ରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସହ ହୋଲି ଖେଳିବା ନିଶ୍ଚିତ ପକ୍ଷେ ଖୁସିର ବିଷୟ। ମଥୁରାରେ ମୁଁ ପ୍ରତିବର୍ଷ ହୋଲି ପାଳନ କରେ। ଚଳିତ ବର୍ଷ ଜଗନ୍ନାଥ ଧାମରେ ହୋଲି ପାଳନ ପାଇଁ ସୁଯୋଗ ମିଳିବା ବେଶ ସୌଭାଗ୍ୟର ବିଷୟ।

ତେବେ ଗତ ଶୁକ୍ରବାର ରାଜଧାନୀର ରବୀନ୍ଦ୍ର ମଣ୍ଡପ ଠାରେ ବୃନ୍ଦାବନ ମହୋତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବଲିଉଡ ଅଭିନେତ୍ରୀ ତଥା ସାଂସଦ ହେମାମାଳିନୀ ଭାରତନାଟ୍ୟମ୍ ନୃତ୍ୟ ପରିବେଶଣ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ “ଆଜି ବଡ଼ଦାଣ୍ଡ ଭିଡ଼ ଭାରି, ଗୁଣ୍ଡିଚା ଯାତରା କରି” ଭଜନରେ ହେମାମାଳିନୀଙ୍କ ଦ୍ୱାରା ପରିବେଷିତ ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଥିଲା।

Leave A Reply

Your email address will not be published.