ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରି ହୋଲି ଖେଳିଲେ ହେମା ମାଳିନୀ

0

ପୁରୀ: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ଶନିବାର ହୋଲି ଅବସରରେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ମହାବାହୁଙ୍କୁ ଦର୍ଶନ କରିବା ସହ ଶ୍ରୀକ୍ଷେତ୍ରରେ ହୋଲି ଖେଳିଛନ୍ତି ଅଭିନେତ୍ରୀ। ପ୍ରଥମେ ହେମା ମାଳିନୀ ସକାଳୁ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ସେବାୟତ ମାନେ ହେମା ମାଳିନୀଙ୍କୁ ଶ୍ରୀମନ୍ଦିର ସିଂହ ଦ୍ୱାର ନିକଟରେ ସ୍ବାଗତ କରି ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ ଶ୍ରୀ ମନ୍ଦିର ବେଢ଼ା ପରିକ୍ରମା କରିବା ସହ ବିଭିନ୍ନ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରିଥିଲେ।
ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ପୁରୀରେ ହୋଲି ପାଳନ କରି ନିଜକୁ ଧନ୍ୟ ମନେ କରୁଛି। ସୁବ୍ୟବସ୍ଥା ପାଇଁ ମୁଁ ଓଡ଼ିଶା ସରକାର, ଜନସାଧାରଣ, ରତିକାନ୍ତ ମହାପାତ୍ରଙ୍କୁ ଧନ୍ୟବାଦ ଜଣାଉଛି। ଆଜି ଭଳି ଏକ ପବିତ୍ର ଦିବସ ରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସହ ହୋଲି ଖେଳିବା ନିଶ୍ଚିତ ପକ୍ଷେ ଖୁସିର ବିଷୟ। ମଥୁରାରେ ମୁଁ ପ୍ରତିବର୍ଷ ହୋଲି ପାଳନ କରେ। ଚଳିତ ବର୍ଷ ଜଗନ୍ନାଥ ଧାମରେ ହୋଲି ପାଳନ ପାଇଁ ସୁଯୋଗ ମିଳିବା ବେଶ ସୌଭାଗ୍ୟର ବିଷୟ।

ତେବେ ଗତ ଶୁକ୍ରବାର ରାଜଧାନୀର ରବୀନ୍ଦ୍ର ମଣ୍ଡପ ଠାରେ ବୃନ୍ଦାବନ ମହୋତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବଲିଉଡ ଅଭିନେତ୍ରୀ ତଥା ସାଂସଦ ହେମାମାଳିନୀ ଭାରତନାଟ୍ୟମ୍ ନୃତ୍ୟ ପରିବେଶଣ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ “ଆଜି ବଡ଼ଦାଣ୍ଡ ଭିଡ଼ ଭାରି, ଗୁଣ୍ଡିଚା ଯାତରା କରି” ଭଜନରେ ହେମାମାଳିନୀଙ୍କ ଦ୍ୱାରା ପରିବେଷିତ ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଥିଲା।

Leave A Reply

Your email address will not be published.