ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ବିମୋହିତ ହେଲେ ଦର୍ଶକ

0

ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ରତିକାନ୍ତ ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଅନୁଷ୍ଠାନିକ ଭାବରେ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ। ଏହି ମହୋତ୍ସବରେ ମଥୁରାର ଏମ୍‌ପି, ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ହେମାମାଳିନୀ ଭାରତନାଟ୍ୟମ ନୃତ୍ୟ ପରିବେଷଣ କରିଥିଲେ।

ସର୍ବପ୍ରଥମେ “ପୁଷ୍ପାଞ୍ଜଳି”, “ଗଣେଶ ଆରାଧନା”,”ଲକ୍ଷ୍ମୀ ସ୍ତୁତି”ରେ ନୃତ୍ୟଶିଳ୍ପୀ ହେମାମାଳିନୀ ନୃତ୍ୟ ଆରମ୍ଭ କରିଥିଲେ। ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ “ଆଜି ବଡ଼ଦାଣ୍ଡ ଭିଡ଼ ଭାରି, ଗୁଣ୍ଡିଚା ଯାତରା କରି” ଭଜନରେ ହେମାମାଳିନୀଙ୍କ ଦ୍ୱାରା ପରିବେଷିତ ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଥିଲା। ଏଥିସହ ଜୟଦେବଙ୍କ “ଗୀତଗୋବିନ୍ଦ” ଉପରେ ଆଧାରିତ ହେମାଙ୍କ ନୃତ୍ୟ ବିଶେଷ ଆକର୍ଷଣ ରହିଥିଲା। ହେମାମାଳିନୀଙ୍କ ସହିତ ନାଟ୍ୟବିହାର କଳାକେନ୍ଦ୍ରର ନୃତ୍ୟଶିଳ୍ପୀମାନେ ମଧ୍ୟ ନୃତ୍ୟ ପରିବେଷଣ କରିଥିଲେ। ବୃନ୍ଦାବନ ଗୁରୁକୁଳର ଶିଷ୍ୟମାନଙ୍କ ବଂଶୀ ଓ ତବଲା ବାଦନ ମଧ୍ୟ ବେଶ ହୃଦୟସ୍ପର୍ଶୀ ହୋଇପାରିଥିଲା।

ଏହି ଅବସରରେ ନୃତ୍ୟଶିଳ୍ପୀ ହେମାମାଳିନୀ କହିଥିଲେ ଯେ, “ଓଡ଼ିଶା ହେଉଛି ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟର ଭୂମି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭୂମିକୁ ଆସି ନୃତ୍ୟ ପରିବେଷଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ଓଡ଼ିଶାର ସଂଗୀତ, ନୃତ୍ୟ, ଖାଦ୍ୟ, ବସ୍ତ୍ର, କଳା, ସାହିତ୍ୟ, ସଂସ୍କୃତି, ପରମ୍ପରା, ଐତିହ୍ୟ ସବୁକିଛି ବେଶ ନିଆରା”। ଏଥିସହ ଆଜିର କାର୍ଯ୍ୟକ୍ରମରେ ଦର୍ଶକମାନଙ୍କ ମଧ୍ୟରେ ରହିଥିବା ଉତ୍ସାହ ପରିଲକ୍ଷିତ କରି ସେ ବେଶ ଆନନ୍ଦିତ ବୋଲି ହେମାମାଳିନୀ ମତବ୍ୟକ୍ତ କରିଥିଲେ। ପୁରୀର ଏମ୍‌ପି ସମ୍ବିତ ପାତ୍ର ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ସହ ହେମାମାଳିନୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.