ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ବାହାହୋଇ ୧୨ ବର୍ଷ ପାଇଁ ବାସନ୍ଦ ହେଲେ ପ୍ରଦୀପ ମାଝୀ

0

କୋରାପୁଟ:ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି।

ସୂଚନା ଅନୁଯାୟୀ, ଗତ ୧୨ ତାରିଖ ଗୋଆର ପଞ୍ଜୀମ କେଡିନା ହାଉସଠାରେ କେନ୍ଦ୍ରାପଡା ଜିଲାର ସୁଶ୍ରୀ ସଙ୍ଗିତା ସାହୁଙ୍କ ସହିତ ତାଙ୍କର ବିବାହ ହୋଇଥିଲା । ତେବେ ସୁଶ୍ରୀ ସଙ୍ଗୀତା ସାହୁ ଅନ୍ୟ ଜାତିର ହୋଇଥିବାରୁ ପ୍ରଦୀପ ନିଜ ଜାତି ଛାଡି ଅନ୍ୟ ଜାତିରେ ବିବାହ କରିଥିବା ଅଭିଯୋଗ କରିଛନ୍ତି ଆଦିବାସୀ ଭାତରା କେନ୍ଦ୍ରୀୟ କମିଟି। ତେବେ ପ୍ରଦୀପଙ୍କ ଏହି ବିବାହ ଦ୍ୱାରା ନିଜ ସମାଜ ପ୍ରତି ଘୃଣାଭାବ ରଖିଥିବା ଅଭିଯୋଗ କରିଛନ୍ତି କେନ୍ଦ୍ରୀୟ କମିଟି ସଦସ୍ୟ।

ଏଥିପୂର୍ବରୁ ମଧ୍ୟ ପ୍ରଦୀପ ନିଜ ଭଉଣୀ ସଞ୍ଜୁ ମାଝୀଙ୍କୁ ଏକ ବ୍ରାହ୍ମଣ ପରିବାରରେ କୋଟପୁଟସ୍ଥିତ ଜଗନ୍ନାଥ ମନ୍ଦିରରେ ବିବାହ କରାଇଥିଲେ। ଏଥିରୁ ପ୍ରଦୀପ ନିଜ ଜାତି ପ୍ରତି ଘୃଣାଭାବ ରଖିଥିବା ଏବଂ ନିଜକୁ ଜଣେ ସର୍ବେସର୍ବା ଭାବୁଥିବା ଅଭିଯୋଗ କରିଛି କେନ୍ଦ୍ରୀୟ କମିଟି। ପ୍ରଦୀପଙ୍କ ଏହି ମାଙ୍ଗଳିକ କାର୍ଯ୍ୟଗୁଡିକ ଅଖିଳ ଭାରତୀୟ ଆଦିବାସୀ ଭାତରାକୁ କୁଠାରାଘାତ କରୁଥିବା ଅଭିଯୋଗ କରି ୧୨ ବର୍ଷ ଯାଏ ନିଜ ଜାତିରୁ ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଆଦିବାସୀ ଭତରା ସମାଜ କେନ୍ଦ୍ରୀୟ କମିଟି ତରଫରୁ ପ୍ରକାଶ କରାଯାଇଛି।

ଏହି ବୈଠକରେ ସର୍ବସମ୍ମତି କ୍ରମେ ପ୍ରଦୀପ ମାଝୀ ଏବଂ ତାଙ୍କ ପିତା, ଭାଇ ଭଉଣୀ ସମେତ ସମସ୍ତ ପରିବାରକୁ ୧୨ ବର୍ଷ ପର୍ଯ୍ୟନ୍ତ ଭତରା ସମାଜରୁ ବାସନ୍ଦ କରିଥିବା ନିଷ୍ପତ୍ତି ନିଆଯାଇଥିଲା। ୧୨ ବର୍ଷ ପର୍ଯ୍ୟନ୍ତ ଭତ୍ରା ସମାଜର କୌଣସି ବ୍ୟକ୍ତି ପ୍ରଦୀପ ମାଝୀଙ୍କ ପରିବାରର ଦୁଃଖ ସୁଖରେ ସାମିଲ ହେବେ ନାହିଁ ବୋଲି କମିଟିର ଉପସଭାପତି ଗୋପାଳ ପୂଜାରୀ ଏବଂ ଝରିଗାଁ ବ୍ଲକ ଭତ୍ରା ସମାଜର ସଭାପତି ଟିକଚନ୍ଦ ମାଝୀ କହିଛନ୍ତି।

Leave A Reply

Your email address will not be published.