ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ

0

କଳାହାଣ୍ଡି: କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ୀ(୨୨) ଓ ସେ ସହରର ବ୍ରାହ୍ମଣ ପଡ଼ାର ବୋଲି ଜଣାପଡିଛି।

ସୂଚନାନୁଯାୟୀ, ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ କିଛି ସାଙ୍ଗଙ୍କ ସହ ହାତୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ଗଭୀର ଥିବା ସ୍ଥାନକୁ ଚାଲିଯାଇଥିଲା। ସେଠାରୁ ବାହାରକୁ ବାହାରି ନ ପାରି ବୁଡି ଯାଇଥିଲେ। ଖବର ପାଇ ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଏ ନେଇ ଜୁନାଗଡ଼ ଥାନାରେ କେସ୍‌ ନଂ ୫/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Leave A Reply

Your email address will not be published.