ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଏ.ଆର ରେହେମନ୍

0

ଚେନ୍ନାଇ, ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଓସ୍କାର ବିଜେତା ତଥା ବଲିଉଡ ସଂଗୀତଜ୍ଞ ଏ.ଆର ରେହେମାନ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଆଜି ସକାଳେ ତାଙ୍କୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏକ ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା ସହିତ ନିରୀକ୍ଷଣରେ ରଖିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରହମନଙ୍କୁ ହୃଦଘାତ ହୋଇଥିବା ସନ୍ଦେହ କରାଯାଉଛି। କାରଣ ଡାକ୍ତରୀ ଟିମ ତାଙ୍କର ଆଞ୍ଜିଓଗ୍ରାମ ପରୀକ୍ଷା କରାଯାଇପାରେ ବୋଲି କହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଅଧିକ ସୂଚନା ମିଳିପାରି ନାହିଁ।

୫୮ ବର୍ଷୀୟ ରହମାନଙ୍କୁ ସକାଳ ସାଢେ ୭ଟା ରେ ଗ୍ରୀମ୍ସ ରୋଡରେ ଥିବା ଆପୋଲୋ ହସ୍ପିଟାଲକୁ ପଠାଯାଇଥିଲା, ଯେଉଁଠାରେ ତାଙ୍କର ଇସିଜି ଏବଂ ଇକୋକାର୍ଡିଓଗ୍ରାମ ସମେତ ଅନେକ ପରୀକ୍ଷା କରାଯାଇଥିଲା।ଯନ୍ତ୍ରଣାର ଗମ୍ଭୀରତା ସମ୍ବନ୍ଧରେ ଜାଣିବା ପାଇଁ ସଂଗୀତଜ୍ଞଙ୍କୁ ଆଞ୍ଜିଓଗ୍ରାମ କରିବାକୁ ପଡ଼ିପାରେ ବୋଲି ଡାକ୍ତରୀ ସୂତ୍ରରୁ ଜଣାପଡିଛି।

Leave A Reply

Your email address will not be published.