ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

0

ଭୁବନେଶ୍ଵର, ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ଭୁବନେଶ୍ଵର ଖାରବେଳନଗର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି। ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ।
ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି ରମାକାନ୍ତ ରଥଙ୍କର ସାହିତ୍ୟ ଜଗତ ପ୍ରତି ତାଙ୍କର ବିରାଟ ଅବଦାନ ରହିଛି। ‘ସନ୍ଦିଗ୍ଧ ମୃଗୟା’, ‘ସପ୍ତମ ଋତୁ’, ‘ସଚିତ୍ର ଅନ୍ଧାର’ ଏବଂ ‘ଶ୍ରୀରାଧା’ ପାଇଁ ବେଶ ପରିଚିତ ଥିଲେ ସେ।୧୯୭୮ରେ ‘ସପ୍ତମ ଋତୁ’ ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ପୁରସ୍କାର ମିଳିଥିଲା। ‘ସଚିତ୍ର ଅନ୍ଧାର’ ପାଇଁ ତାଙ୍କୁ ଶାରଳା ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ‘ଶ୍ରୀରାଧା’ ପାଇଁ ସେ ୧୯୯୨ ମସିହାରେ ସରସ୍ବତୀ ସମ୍ମାନ ପାଇଥିଲେ। ୨୦୦୬ ମସିହାରେ ପଦ୍ମଭୂଷଣ ସମ୍ମାନ ଓ ୨୦୦୯ରେ ଫେଲୋସିପ୍ ସମ୍ମାନରେ ତାଙ୍କୁ ସମ୍ମାନୀତ କରାଯାଇଥିଲା। ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ତୃତୀୟ ଓଡ଼ିଆ।
ରମାକାନ୍ତ ରଥ ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ। ୧୯୯୩-୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ସଭାପତି ରହିଥିଲେ। ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ।

Leave A Reply

Your email address will not be published.