ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ

0

ନୂଆଦିଲ୍ଲୀ: ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ସମ୍ୱଲପୁର, ଭୁବନେଶ୍ୱରରେ ଥିଲା କାର୍ଯ୍ୟକ୍ରମ। ୨୧ ତାରିଖ ସନ୍ଧ୍ୟାରେ ଓଡ଼ିଶା ଆସିଥାନ୍ତେ ଅମିତ ଶାହ। ୨୧ ତାରିଖରେ ଅମିତ ଶାହ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବାର କାର୍ଯ୍ୟସୂଚୀ ଥିଲା। ହେଲେ କୌଣସି କାରଣ ବଶତଃ ଏହି କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି। ରାତିରେ ଶାହ ଏମସିଏଲ ଗେଷ୍ଟ ହାଉସରେ ରହିଥାନ୍ତେ। ୨୨ତାରିଖ ସକାଳେ ସମଲେଇ ଦର୍ଶନ ପରେ, ପିଏ ଡି ପଡ଼ିଆରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିଲା। ସେଦିନ ସନ୍ଧ୍ୟାରେ ଅମିତ ଶାହ ପୁରୀ ଗସ୍ତ କରି ରାତ୍ରୀ ଯାପନ କରିଥାନ୍ତେ।

୨୩ ତାରିଖ ସକାଳେ ଶ୍ରୀମନ୍ଦିର ଯାଇ ଜଗନ୍ନାଥ ଦର୍ଶନ କରିଥାନ୍ତେ। ଏହାପରେ ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଭାରତର ଦ୍ଵିତୀୟ ଫରେନସିକ ୟୁନିଭେର୍ସିଟିର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଥିଲା। ଏହାପରେ ସେହି ଦିନ ଦିଲ୍ଲୀ ଫେରି ଯାଇଥାନ୍ତେ ଅମିତ ଶାହ। ଏନେଇ ସୂଚନା ଦେଇଥିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

Leave A Reply

Your email address will not be published.