ପ୍ରମୁଖ ଖବର

ବିଶ୍ୱର ତୃତୀୟ ବୃହତ୍ତମ ଅଟୋମୋବାଇଲ୍ ବଜାର ଭାରତ: ଗଡ଼କରୀ
ଉଚ୍ଚ ସମୁଦ୍ର ମତ୍ସ୍ୟ ଆହରଣକୁ ମିଳିଲା ପ୍ରୋତ୍ସାହନ
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି, ୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ
ଖୋଲିଲା ହୀରାକୁଦର ୧୦ଟି ଗେଟ୍ , ମହାନଦୀକୁ ଛଡ଼ାଗଲା ବନ୍ୟାଜଳ
ଭିଡ଼ ନିୟନ୍ତ୍ରଣ ପାଇଁ ରଥଯାତ୍ରାରେ ଅଧା ହେଲା ଭିଆଇପି କର୍ଡନ୍ ପାସ୍

ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

0

ବାଲେଶ୍ବର: ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ। ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର। ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା। ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ଇଓଡବ୍ଲ୍ୟୁ ଅଧିକ ପଚରାଉଚରା କରିବ ବୋଲି ସୂଚନା ମିଳିଛି।

ରାଜା ସହ ତାର ଅନ୍ୟ ୨ ସହଯୋଗୀଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ସଭାପତି ମାନସ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେବ। ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ବିଜେଡି ନେତା ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ମଙ୍ଗଳବାର କୋର୍ଟରେ ଆବେଦନ କରିଛି। ବିଜେଡି ନେତା ରାଜା ଚକ୍ରଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ରିମାଣ୍ଡରେ ଆଣି ଅଧିକ ପଚରାଉଉଚରା କରିବ। ଏପରିକି ହୋଇଥିବା ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ସେନେଇ ଅଧିକ ତଥ୍ୟ ଯୋଗାଡ କରିବ।

କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଏକ ପ୍ରେସମିଟ୍ ଜରିଆରେ ଏନେଇ ସୂଚନା ଦେଇଥିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି। ୨୦୧୭-୧୮ ମସିହାରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି।

Leave A Reply

Your email address will not be published.