ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର

0

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି। ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ।

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ, ଛାତ୍ରଛାତ୍ରୀମାନଙ୍କୁ ଅଧିକ ନମନୀୟତା ପ୍ରଦାନ କରିବା ପାଇଁ, ଛଅ ବର୍ଷ ବୟସ ପୂରଣ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସ୍କୁଲ ଏବଂ ଗଣଶିକ୍ଷା ବିଭାଗ କହିଛି।

Leave A Reply

Your email address will not be published.