ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର

0

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି। ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ।

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ, ଛାତ୍ରଛାତ୍ରୀମାନଙ୍କୁ ଅଧିକ ନମନୀୟତା ପ୍ରଦାନ କରିବା ପାଇଁ, ଛଅ ବର୍ଷ ବୟସ ପୂରଣ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସ୍କୁଲ ଏବଂ ଗଣଶିକ୍ଷା ବିଭାଗ କହିଛି।

Leave A Reply

Your email address will not be published.