ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି ଠାରୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆରମ୍ଭ

0

କଟକ: ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆଜି ଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ ମୋଟ ୧୧,୮୦୦ ଜଣ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖାତାଦେଖା କାର୍ଯ୍ୟ ଚାଲିବ। ଏହି କାର୍ଯ୍ୟରେ ନିୟୋଜିତ ପରୀକ୍ଷକ ଓ କର୍ମଚାରୀମାନେ ଖାତାଦେଖା ସମୟରେ କେନ୍ଦ୍ରର କ୍ୟାମ୍ପସ୍‌ ବାହାରକୁ ଯାଇପାରିବେ ନାହିଁ। ଏଥିସହ ମୋବାଇଲ ପ୍ରବେଶ ମନା କରାଯାଇଛି। କୌଣସି ମୂଲ୍ୟାୟନ କେନ୍ଦ୍ରରେ ନିୟମ ଉଲ୍ଲଂଘନ ହେଉଥିବା ଜଣାପଡିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ସୂଚନାନୁସାରେ, ଖାତାଦେଖା ଲାଗି ପରୀକ୍ଷକମାନେ ମଙ୍ଗଳବାର ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚି ଥିଲେ। ବିଭିନ୍ନ ଜିଲାରେ ଜିଲା ଶିକ୍ଷାଧିକାରୀ ମୂଲ୍ୟାୟନ ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରିଛନ୍ତି। ଖାତାଦେଖା ପ୍ରକ୍ରିୟାକୁ ସହଜ କରିବା ପାଇଁ କେତେକ ୟୁନିଟ୍‌ ଗଠନ କରାଯାଇଛି। ପ୍ରତି ୟୁନିଟ୍‌ରେ ଜଣେ ମୁଖ୍ୟ ପରୀକ୍ଷକ, ଦୁଇଜଣ ଉପପରୀକ୍ଷକ, ଦୁଇ ଜଣ ସ୍କ୍ରୁଟିନାଇଜର, ତଦାରଖ ନିମନ୍ତେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ସୁପରଭାଇଜର ଭାବେ ନିୟୋଜିତ କରାଯାଇଛି। ବୋର୍ଡ ପକ୍ଷରୁ ଜଣେ କ୍ୟାମ୍ପ ଅଫିସର ମଧ୍ୟ ଦାୟିତ୍ୱରେ ରହିଛନ୍ତି।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୂଲ୍ୟାୟନକାରୀ ଓ କର୍ମଚାରୀଙ୍କ ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କେନ୍ଦ୍ର ନିମନ୍ତେ ୧୦ରୁ ଅଧିକ ପରୀକ୍ଷକ ସଂରକ୍ଷଣ ଭାବେ ରଖାଯାଇଛି। ଆବଶ୍ୟକସ୍ଥଳେ ଏହା ବୃଦ୍ଧି କରାଯାଇପାରିବ। ପରୀକ୍ଷକମାନେ ପ୍ରତ୍ୟେକ ସବ୍‌ଜେକ୍‌ଟିଭ୍‌ ପ୍ରଶ୍ନର ନିର୍ଦ୍ଦିଷ୍ଟ ଏକ ଉତ୍ତର ହିସାବରେ ମୂଲ୍ୟାୟନ କରିବେ। ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍‌ଲାଇନ୍‌ରେ ଅପ୍‌ଲୋଡ୍‌ କରାଯିବ। ଏଥିଲାଗି ବୋର୍ଡ ପକ୍ଷରୁ ୩୦୦ରୁ ଊଦ୍ଧର୍‌ବ ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି। ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ, ସେଥିପ୍ରତି ଯନତ୍ବାନ୍‌ ରହିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.