ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

0

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସମସ୍ତ ସ୍କୁଲ ସକାଳୁଆ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ଚାଲିବ। ଗ୍ରୀଷ୍ଣ ପ୍ରବାହ ଏବଂ ବୃଦ୍ଧି ପାଉଥିବା ତାପମାତ୍ରା ଯୋଗୁଁ ଛାତ୍ରଛାତ୍ରୀମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ସ୍କୁଲ କର୍ତ୍ତୃପକ୍ଷ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। ସ୍କୁଲ କର୍ତ୍ତୃପକ୍ଷ ପାନୀୟ ଜଳ, ଖାଦ୍ୟପୁଡ଼ିଆ, ଓଆରଏସ ଏବଂ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖିବାକୁ କୁହାଯାଇଛି। ଆଗକୁ ଯାତି ତାତି ବଢେ ତେବେ ଅଙ୍ଗନବାଡି ଛୁଟି କରାଯିବ ବୋଲି କହିଛନ୍ତି ମନ୍ତ୍ରୀ। ସେହିପରି ଅଘୋଷିତ ବିଜୁଳି କାଟ ହେବନି ବୋଲି କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ଏହା ବ୍ୟତୀତ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରାଇବାକୁ ମନା କରାଯିବା ସହ ଅଘୋଷିତ ବିଦ୍ୟୁତ କାଟ ହେବନାହିଁ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ବିଦ୍ୟାଳୟ, ସମେତ ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାକୁ ଆଖିରେ ରଖି ଆବଶ୍ୟକୀୟ ସମସ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ଗତକାଲି ସକାଳୁ ଅଙ୍ଗନୱାଡି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଆଜି ସକାଳ ୭ଟାରୁ ଦିନ ୯ଟା ଯାଏଁ ସାରା ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିଥିଲା।

Leave A Reply

Your email address will not be published.