ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

0

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସମସ୍ତ ସ୍କୁଲ ସକାଳୁଆ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ଚାଲିବ। ଗ୍ରୀଷ୍ଣ ପ୍ରବାହ ଏବଂ ବୃଦ୍ଧି ପାଉଥିବା ତାପମାତ୍ରା ଯୋଗୁଁ ଛାତ୍ରଛାତ୍ରୀମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ସ୍କୁଲ କର୍ତ୍ତୃପକ୍ଷ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। ସ୍କୁଲ କର୍ତ୍ତୃପକ୍ଷ ପାନୀୟ ଜଳ, ଖାଦ୍ୟପୁଡ଼ିଆ, ଓଆରଏସ ଏବଂ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖିବାକୁ କୁହାଯାଇଛି। ଆଗକୁ ଯାତି ତାତି ବଢେ ତେବେ ଅଙ୍ଗନବାଡି ଛୁଟି କରାଯିବ ବୋଲି କହିଛନ୍ତି ମନ୍ତ୍ରୀ। ସେହିପରି ଅଘୋଷିତ ବିଜୁଳି କାଟ ହେବନି ବୋଲି କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ଏହା ବ୍ୟତୀତ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରାଇବାକୁ ମନା କରାଯିବା ସହ ଅଘୋଷିତ ବିଦ୍ୟୁତ କାଟ ହେବନାହିଁ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ବିଦ୍ୟାଳୟ, ସମେତ ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାକୁ ଆଖିରେ ରଖି ଆବଶ୍ୟକୀୟ ସମସ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ଗତକାଲି ସକାଳୁ ଅଙ୍ଗନୱାଡି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଆଜି ସକାଳ ୭ଟାରୁ ଦିନ ୯ଟା ଯାଏଁ ସାରା ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିଥିଲା।

Leave A Reply

Your email address will not be published.