ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ୨୪ ମାଓବାଦୀ ନିପାତ

0

ବିଜାପୁର: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ନିପାତ ହୋଇଛନ୍ତି ୨୪ ମାଓବାଦୀ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ଦୁଇଟି ଭିନ୍ନ ଭିନ୍ନ ଏନକାଉଣ୍ଟରରେ ୨୪ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ବିଜାପୁର ଜିଲାର ଗଙ୍ଗାଲୁର ଥାନା ଅଞ୍ଚଳରେ ଗୁରୁବାର ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨୦ ମାଓବାଦୀ ନିହତ ହୋଇଛନ୍ତି।

ବିଜାପୁର ପୁଲିସର ସୂଚନା ମୁତାବକ, ଡିଆରଜିର ଜଣେ ଯବାନ ଏଥିରେ ଶହୀଦ ହୋଇଛନ୍ତି। ଅପରପକ୍ଷେ, କାଙ୍କେରରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ ନିପାତ ହୋଇଛନ୍ତି। ସମସ୍ତ ୨୪ ମାଓବାଦୀଙ୍କ ମୃତଦେହ ଜବତ ହୋଇଛି। ଘଟଣା ସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୋଳା ବାରୁଦ ଜବତ ହୋଇଛି। ବିଜାପୁର ଓ ଦନ୍ତେୱାଡା ସୀମା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ଏକ ମିଳିତ ଟିମ୍‌ ମାଓ ବିରୋଧୀ ଅଭିଯାନରେ ଯାଇଥିଲେ। ଏହି ଅଭିଯାନ ସମୟରେ ଆଜି ସକାଳ ୭ ଟାରୁ ମାଓବାଦୀ ଏବଂ ସୁରକ୍ଷା ବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।

Leave A Reply

Your email address will not be published.