ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଗୁରୁଚାପ ବଳୟ ର ଉପସ୍ଥିତି ହେତୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ କୁ ପ୍ରବେଶ କରୁଛି ସେହିପରି ମଧ୍ୟପ୍ରଦେଶ ର ବାୟୁମଣ୍ଡଳ ଉପରଭାଗ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହା ସହ ଜଡିତ ଏକ ନିମ୍ନଚାପ ରେଖା ଜନିତ ବାୟୁ ପ୍ରବାହ ଓ ବଙ୍ଗୋପସାଗର ରୁ ଆସୁଥିବା ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ସମ୍ମିଶ୍ରଣ ଯୋଗୁଁ ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ହୋଇପାରେ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବିଶେଷ କରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ବରଗଡ଼, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଉତ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ସହ ପବନ ର ବେଗ ଘଣ୍ଟା ପ୍ରତି ୪୦-୫୦କିମି ରହିପାରେ।

୨୪ ଘଣ୍ଟା ବର୍ଷା ର ବିସ୍ତୃତି ବୃଦ୍ଧି ପାଇବା ସହ ସମଗ୍ର ରାଜ୍ୟ ର ଅନେକ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ହୋଇପାରେ। ଉପକୂଳ ଓଡ଼ିଶା ଓ ଆଖପାଖ ଅଞ୍ଚଳ ରେ ରେ ୨୨-୨୩ ତାରିଖ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.