ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଗୁରୁଚାପ ବଳୟ ର ଉପସ୍ଥିତି ହେତୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ କୁ ପ୍ରବେଶ କରୁଛି ସେହିପରି ମଧ୍ୟପ୍ରଦେଶ ର ବାୟୁମଣ୍ଡଳ ଉପରଭାଗ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହା ସହ ଜଡିତ ଏକ ନିମ୍ନଚାପ ରେଖା ଜନିତ ବାୟୁ ପ୍ରବାହ ଓ ବଙ୍ଗୋପସାଗର ରୁ ଆସୁଥିବା ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ସମ୍ମିଶ୍ରଣ ଯୋଗୁଁ ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ହୋଇପାରେ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବିଶେଷ କରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ବରଗଡ଼, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଉତ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ସହ ପବନ ର ବେଗ ଘଣ୍ଟା ପ୍ରତି ୪୦-୫୦କିମି ରହିପାରେ।

୨୪ ଘଣ୍ଟା ବର୍ଷା ର ବିସ୍ତୃତି ବୃଦ୍ଧି ପାଇବା ସହ ସମଗ୍ର ରାଜ୍ୟ ର ଅନେକ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ହୋଇପାରେ। ଉପକୂଳ ଓଡ଼ିଶା ଓ ଆଖପାଖ ଅଞ୍ଚଳ ରେ ରେ ୨୨-୨୩ ତାରିଖ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.