ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

0

କେନ୍ଦ୍ରାପଡା: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି।

କଂଗ୍ରେସର ଜଣେ ଚର୍ଚ୍ଚିତ ଚେହେରା ହେଉଛନ୍ତି ଦେବେନ୍ଦ୍ର ଶର୍ମା। ଆଳିର ପୂର୍ବତନ ବିଧାୟକ ଡ. ଦିବାକର ଶର୍ମାଙ୍କ ପୁଅ ତଥା କବିରାଜ ଜଗନ୍ନାଥ ଶର୍ମାଙ୍କ ନାତି ହେଉଛନ୍ତି ଦେବେନ୍ଦ୍ର। ସେ ୧୯୫୯ ମସିହା ମାର୍ଚ୍ଚ ୧୮ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ମୟୂରଭଞ୍ଜ ଆଇନ ମହାବିଦ୍ୟାଳୟରୁ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହା ସହିତ ସେ ବିଜ୍ଞାନରେ ମଧ୍ୟ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଜାତୀୟ କଂଗ୍ରେସରେ ସାମିଲ ହୋଇ କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ ମୁଖ୍ୟ ଏବଂ AICC ଏବଂ OPCCର ସଦସ୍ୟ ରହିଥିଲେ। ୨୦୧୪ ନିର୍ବାଚନରେ ସେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକଟରୁ ଲଢ଼ି ବଜୟୀ ହୋଇଥିଲେ।

Leave A Reply

Your email address will not be published.