ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

0

କେନ୍ଦ୍ରାପଡା: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି।

କଂଗ୍ରେସର ଜଣେ ଚର୍ଚ୍ଚିତ ଚେହେରା ହେଉଛନ୍ତି ଦେବେନ୍ଦ୍ର ଶର୍ମା। ଆଳିର ପୂର୍ବତନ ବିଧାୟକ ଡ. ଦିବାକର ଶର୍ମାଙ୍କ ପୁଅ ତଥା କବିରାଜ ଜଗନ୍ନାଥ ଶର୍ମାଙ୍କ ନାତି ହେଉଛନ୍ତି ଦେବେନ୍ଦ୍ର। ସେ ୧୯୫୯ ମସିହା ମାର୍ଚ୍ଚ ୧୮ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ମୟୂରଭଞ୍ଜ ଆଇନ ମହାବିଦ୍ୟାଳୟରୁ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହା ସହିତ ସେ ବିଜ୍ଞାନରେ ମଧ୍ୟ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଜାତୀୟ କଂଗ୍ରେସରେ ସାମିଲ ହୋଇ କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ ମୁଖ୍ୟ ଏବଂ AICC ଏବଂ OPCCର ସଦସ୍ୟ ରହିଥିଲେ। ୨୦୧୪ ନିର୍ବାଚନରେ ସେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକଟରୁ ଲଢ଼ି ବଜୟୀ ହୋଇଥିଲେ।

Leave A Reply

Your email address will not be published.