ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

0

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଅଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବାବେଳେ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ କଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି।

ସୁପ୍ରିମକୋର୍ଟ କଲେଜିୟମ ଚଳିତ ମାସର ଆରମ୍ଭରେ ଜଷ୍ଟିସ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ପଦୋନ୍ନତି ଦେବାକୁ ସୁପାରିଶ କରିଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଜାନୁଆରୀରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପଦବୀ ଖାଲି ପଡ଼ିଥିଲା।

Leave A Reply

Your email address will not be published.