ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ସରିଲା ନିଲମ୍ବନ, ମୁଣ୍ଡିଆ ମାରି ବିଧାନସଭାକୁ ଭିତରକୁ ଗଲେ ତାରା

0

ଭୁବନେଶ୍ବର: ବିଧାନସଭାକୁ ପୁଣି ଫେରିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି। ୭ ଦିନର ନିଲମ୍ବନ ସରିବା ପରେ ଆଜି ବିଧାନସଭା ପହଞ୍ଚିଛନ୍ତି ତାରା ବାହିନୀପତି। ଗୃହ ଭିତରକୁ ଯିବା ପୂର୍ବରୁ ମୁଣ୍ଡିଆ ମାରି ବିଧାନସଭାକୁ ପ୍ରବେଶ କରିଛନ୍ତି ତାରା। ଅନ୍ୟପଟେ ଆଜି କଳା ଡ୍ରେସ୍ ପିନ୍ଧି ବିଧାନସଭା ଆସିଛନ୍ତି କଂଗ୍ରେସ ବିଧାୟକ।

ଗୃହକୁ ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ତାରା “ବିଧାନସଭାରେ ଆଜି କେମିତି ପ୍ରତିବାଦ ହେବ ସେସବୁ ଆଗକୁ ଦେଖିବେ” ବୋଲି କହିଛନ୍ତି। କହିରଖୁଛୁ ଯେ, ଗତ ୧୧ ତାରିଖରେ ଅଧିବେଶନ ଚାଲିଥିବା ବେଳେ ଗୃହ ଭିତରେ ବିଶୃଙ୍ଖଳା କରିବା ଅଭିଯୋଗରେ ତାରାଙ୍କୁ ସସପେଣ୍ଡ କରିଥିଲେ ବାଚସ୍ପତି। ତାରାଙ୍କୁ ନିଲମ୍ବନ କରିବା ପ୍ରତିବାଦରେ କକ୍ଷତ୍ୟାଗ କରି ଗାନ୍ଧୀ ମୂର୍ତ୍ତି ତଳେ ବସି ସାରା ରାତି ପ୍ରତିବାଦ କରିବାକୁ ନିଷ୍ପତ୍ତି ନେଇଥିଲେ କଂଗ୍ରେସ ବିଧାୟକ। ମାତ୍ର ପିସିସି ସଭାପତି ପହଞ୍ଚି ବୁଝାସୁଝା କରିବା ପରେ ଧାରଣାରୁ ଉଠିଥିଲେ ଦଳର ବିଧାୟକ।
ତେବେ ଗୃହ ଭିତରେ ଆଜି ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ଅନନ୍ୟ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି। କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ ପ୍ରତିବାଦ କରିଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି, ଏହି ପ୍ରତିବାଦର ନେତୃତ୍ୱ ନେଇଛନ୍ତି। ତାରା ନିଜେ ଆଗରେ ରହି, ଘଣ୍ଟ ବଜେଇ ବିଧାନସଭାରେ ପ୍ରତିବାଦ କରିଛନ୍ତି।ଅନ୍ୟପଟେ ବିରୋଧୀ ସଦସ୍ୟଙ୍କ ପ୍ରତିବାଦକୁ ବିଧାନସଭା ଲାଇଭ୍ ଷ୍ଟ୍ରିମିଂରେ ନ ଦେଖାଇବା ଏବଂ ପକ୍ଷପାତିତା ଅଭିଯୋଗ ଆଣି ବିଜେଡି ପ୍ରତିବାଦ କରିଛି।

ସୂଚନାଯୋଗ୍ୟ, ସପ୍ତାହକ ତଳେ ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଥିଲେ। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଥିଲେ। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରାଯାଇଥିଲା। ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବନ କରିଥିଲେ ବାଚସ୍ପତି ସୁରମା ପାଢୀ। ବିଧାନସଭାରେ ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଥିଲେ ତାରା। ଆଉ ଗୃହରେ ହଙ୍ଗାମା କରିଥିଲେ। ଏନେଇ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା।

Leave A Reply

Your email address will not be published.