ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ପ୍ରବଳ ବର୍ଷା ସହ କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।
ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ପଡ଼ିବ। ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ସମେତ ୧୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିପାରେ। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ବୋହିବା ନେଇ ୨୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ