ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁ ହେବ ନୂଆ ସିଲାବସ୍

0

ଭୁବନେଶ୍ବର: ରାଜ୍ୟରେ ବଦଳିବ ସ୍କୁଲ ପିଲାଙ୍କ ସିଲାବସ୍। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ହେବ ନୂଆ ପାଠ୍ୟକ୍ରମ। ଆଜି ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ୨୦୨୬-୨୭ରୁ ନୂଆ ସିଲାବସ୍ ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ।
ସେ କହିଛନ୍ତି ୨୦୨୬-୨୭ ଶିକ୍ଷାବର୍ଷରେ ନୂଆ ସିଲାବସ୍ ଲାଗୁ ହେବ। ଏଣୁ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ଗଠନ ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସିଲାବସ୍ ବଦଳିବ। ଭାଷା, ସଂସ୍କୃତି ଏବଂ ଐୗତିହ୍ୟକୁ ଆଧାର କରି ନୂଆ ସିଲାବସ୍ ଆସିବ। କମିଟି ତର୍ଜମା କରୁଛି , ରାଜ୍ୟ ପାଇଁ ଯାହା ଠିକ୍ ହେବ ତାହା ସ୍ଥାନ ପାଇବ।

ଏହା ସହିତ ମାର୍ଚ୍ଚ ୩୧ ନୁହେଁ ସେପ୍ଟେମ୍ବର ପହିଲା ସୁଦ୍ଧା ୬ ବର୍ଷ ହେବା ଜରୁରୀ। ଆଜି ଏନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, କେନ୍ଦ୍ରର ନିୟମ ଅନୁସାରେ ୩୧ ମାର୍ଚ୍ଚ ସୁଦ୍ଧା ପିଲାଙ୍କୁ ୬ ବର୍ଷ ହେଲେ ଆଡମିଶନ୍ ନେଇପାରିବେ। କିନ୍ତୁ ଓଡ଼ିଶାରେ ଏହି ନିୟମକୁ କୋହଳ କରାଯାଇଛି। ୩୧ ମାର୍ଚ୍ଚ ନୁହେଁ ୧ ସେପ୍ଟମ୍ବର ସୁଦ୍ଧା ୬ ବର୍ଷ ହେଲେ ସ୍କୁଲରେ ନାମଲେଖାଇ ପାରିବେ। ଯେପରି କେହି ବି ପିଲା ବାଦ୍ ପଡ଼ିବେନି ସେ ନେଇ ବ୍ୟବସ୍ଥା କରାଯାଉଛି ବୋଲି ମନ୍ତ୍ରୀ ଦୋହରାଇଛନ୍ତି। ସୂଚନା ଅନୁସାରେ ୬ ବର୍ଷରେ ପିଲାଙ୍କ ଆଡମିଶନ୍‌କୁ ନେଇ ଦ୍ଵନ୍ଦ ଓ ଆଶଙ୍କା ଦେଖା ଦେଇଥିଲା।

Leave A Reply

Your email address will not be published.